Latest Odisha News

BREAKING NEWS

ଜୟଦେବ ବାଟିକା ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଜୟଦେବ ବାଟିକାରୁ ଅଜଣା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କୁ ହତ୍ୟା କରାଯାଇଛି ନା ସେ ନିଜେ ଆତ୍ମହତ୍ୟା କରିଛନ୍ତି ସେ ନେଇ କୌଣସି ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଓ ଫୋରେନସିକ୍ ଟିମ୍ ତଦନ୍ତ ଜାରି ରଖିଛି ।

ସୂଚନା ଅନୁସାରେ ଭୁବନେଶ୍ୱର ସ୍ଥିତ ଜୟଦେବ ବାଟିକାର ୫୩ ନମ୍ବର ପିଣ୍ଡି ନିକଟରେ ଥିବା ଏକ ଥୁଣ୍ଟା ଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ନିକଟରେ ସାଇକେଲ ଚାବି ସହ ୧୦ ଟଙ୍କିଆ ନୋଟ୍ ପଡିଥିବା ଦେଖିବାକୁ ମିଳିଛି । ମୃତ ଯୁବତୀଙ୍କ ପରିଚୟ ମିଳିନାହିଁ । ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଫୋରେନସିକ୍ ଟିମ୍ ମଧ୍ୟ ପହଞ୍ଚି ଛାନଭିନ୍ ଜାରି ରଖିଛି ।

Leave A Reply

Your email address will not be published.