Latest Odisha News

BREAKING NEWS

କନ୍ଧମାଳ: ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସାଇନିପଡା ସାହିରେ ଜଣେ ମହିଳାଙ୍କ ଶବ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଛି । ମୃତ ମହିଳାଙ୍କ ନାମ ରଙ୍ଗବତୀ ବେହେରା (୫୫) ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ ଘର ଠାରୁ ପ୍ରାୟ ୧୫ମି. ଦୂରରେ ରଙ୍ଗବତୀଙ୍କ ଶବ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଛି ।

ଏଥିସହିତ ଫୁଲବାଣୀ ଟାଉନ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପାରିପାଶ୍ୱିର୍କ ସ୍ଥିତି ଅନୁଧ୍ୟାନ କଲା ପରେ ଶବକୁ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି ।

ତେବେ ରଙ୍ଗବତୀଙ୍କ ପରିବାର ଲୋକେ ଏହାକୁ ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରୁଥିବା ବେଳେ ଘଟଣାର ସତ୍ୟତା ଜାଣିବା ପାଇଁ ପୋଲିସ ତଦନ୍ତ ଚଳାଇଛି ।

Leave A Reply

Your email address will not be published.