ଲଣ୍ଡନ: ଚଳିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ ଜାଭେଲିନରେ ଭାରତର ନୀରଜ ଚୋପ୍ରା ଓ ରୋହିତ ଯାଦବ ଫାଇନାଲରେ ପ୍ରବେଶ କରି ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି । ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ପ୍ରଥମ ଥ୍ରୋ ୮୮.୩୯ ମିଟର ଦୂରତାକୁ କରି ଫାଇନାଲରେ ପ୍ରବେଶ କରିଥିଲେ । ରୋହିତ ୮୦.୪୨ ମିଟର ଦୂରତାକୁ ଜାଭେଲିନ ଥ୍ରୋ କରି ଗ୍ରୁପ ୨ରେ ୧୧ତମ ସ୍ଥାନରେ ରହିଥିଲେ । ପ୍ରଥମ ଥର ପାଇଁ ଜାଭେଲିନରେ ୨ଜଣ ଭାରତୀୟ ଫାଇନାଲରେ ପ୍ରବେଶ କରିଛନ୍ତି । ଫାଇନାଲ ମୁକାବିଲା ଭାରତୀୟ ସମୟ ସନ୍ଧ୍ୟା ୭.୦୫ରେ ହେବ । ସେହିପରି ଟ୍ରିପଲ ଜମ୍ପରେ ଭାରତର ଆଲଡୋସ ପାଓଲ ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ପାଓଲ ୧୬.୬୮ ମିଟର ଡେଇଁ ଏହି ସଫଳତା ହାସଲ କରିଛନ୍ତି । ଅନ୍ୟ ଦୁଇ ଭାରତୀୟ ପରବୀନ ଓ ଅବଦୁଲ୍ଲା ଅବେବ୍ରେକର ଫାଇନାଲ ରାଉଣ୍ଡରୁ ବାଦ ପଡିଛନ୍ତି ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.