Latest Odisha News

BREAKING NEWS

ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ପୁରୀରେ ଲାଗିବ ୪୭୩ ସିସିଟିଭି, ଗଡ଼ିବ ୩୭୦ ସ୍ୱତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଛି । ବୈଠକରେ ରଥ ନିର୍ମାଣ, ସ୍ଵାସ୍ଥ୍ୟ ଓ ପରିମଳ,ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ ସୁରକ୍ଷା, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ନିର୍ମାଣ, ସ୍ୱେରେଜ୍ ଓ ଡ୍ରେନେଜ ବ୍ୟବସ୍ଥା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ବୈଠକରେ ସୂଚନା ଦେଇ କହିଥିଲେ, ଏବର୍ଷ ଅଧିକ ଚାରମାଳ ସେଟ୍ ପାଇଁ ତାଳ ଗଛ କାଠ ପହଞ୍ଚିସାରିଛି । ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ । ରଥ ନିର୍ମାଣ କାର୍ଯ୍ୟ ତଦାରଖ ପାଇଁ ରଥ ନିର୍ମାଣ କମିଟି ଗଠନ କରାଯାଇଛି । ରଥ ଟଣା ଓ ପହଣ୍ଡିକୁ ଅଧିକ ଗୁରୁତ୍ଵ ଦିଆଯାଇଛି ।

ସେହିପରି, ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଚଳିତ ବର୍ଷ ଅନେକ ପଦକ୍ଷେପ ନିଆଯାଇଛି । ବିଶ୍ଵପ୍ରସିଦ୍ଧ ରଥଯାତ୍ରା ସମୟରେ ୨୦୦ଟି ଅତିରିକ୍ତ ଶଯ୍ୟା ବ୍ୟବସ୍ଥା ହେବ । ସହରର ବିଭିନ୍ନ ସ୍ଥାନରେ ହେବ ୩୦ଟି ଆଶୁ ଆରୋଗ୍ୟ କେନ୍ଦ୍ର ହେବ । ଗହଳି ଓ ସମ୍ବେଦନଶୀଳ ସ୍ଥାନରେ ରାପିଡ ରେସ୍ପନ୍ସ ଟିମ୍ କାମ କରିବ । ୨୩୦ ଡାକ୍ତରଙ୍କ ସହ ସ୍ପେଶିଆଲିଷ୍ଟ ଡାକ୍ତର ଆସିବେ । ପୁରୀରେ ସ୍ଥାୟୀ ବର୍ଣ୍ଣ ଓ କ୍ୟାଥୋଲାବ ହେବ ବୋଲି ବୈଠକରେ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।

ଦେବସ୍ନାନପୂର୍ଣ୍ଣମୀରେ ୩୦୦ ଅସ୍ଥାୟୀ ଶୌଚାଳୟକୁ ମିଶାଇ ସହରରେ ମୋଟ ୧୬୦୦ଟି ଅସ୍ଥାୟୀ ଶୌଚାଳୟ ହେବ । ୨୩ଟି ସ୍ଥାନରେ ହେବ ଅସ୍ଥାୟୀ ପାର୍କିଂ । ରଥଯାତ୍ରାରେ ସ୍ବଚ୍ଛତାକୁ ଗୁରୁତ୍ଵ ଦିଆଯାଇଛି ।

ରଥଯାତ୍ରା ସୁପରିଚାଳନା ଦାୟିତ୍ବରେ ଥିବା ଅତିରିକ୍ତ ଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇ କହିଥିଲେ ସମଗ୍ର ସହର ସିସିଟିଭି ନଜରରେ ରହିବ । ୧୭୦ ସିସିଟିଭି କ୍ୟାମେରା ଲଗାଯାଇ କାର୍ଯ୍ୟକ୍ଷମ ହୋଇଛି । ମୋଟ ୪୭୫ଟି ସିସିଟିଭି କ୍ୟାମେରା ଲାଗିବ । ଜନଗହଳି ନିୟନ୍ତ୍ରଣ ପାଇଁ ୨୮ଟି ଜରୁରୀକାଳିନ ପ୍ରସ୍ଥାନ ପଏଣ୍ଟ୍ ରହିବ । ଆମ୍ବୁଲାନ୍ସ ଗ୍ରୀନ କରିଡ଼ର କରାଯିବ । ସହରର ସୁରକ୍ଷା ପାଇଁ ଏନଏସଜି ସହ ସ୍ଵତନ୍ତ୍ର ଟାକ୍ଟୀକାଲ ୟୁନିଟ ମୁତୟନ ରହିବ । ଯାତ୍ରୀଙ୍କ ସହାୟତା ପାଇଁ ସହାୟତା ଆପ କାର୍ଯ୍ୟକାରୀ ହେବ ।

ସବୁ ବିଭାଗ ମଧ୍ୟରେ ସମନ୍ଵୟ ରଖାଯାଇ ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଆଇନ ଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ, ରଥ ଟଣା, ଦର୍ଶନ ପାଇଁ ଆଇପିଏସ ଅଧିକାରୀ ଦାୟିତ୍ୱରେ ରହିବେ । ୧୫ ଲକ୍ଷ ଯାତ୍ରୀଙ୍କ ସମାଗମ ସମ୍ଭାବନା ରଖୁ ୧୩୦ ସ୍ଵତନ୍ତ୍ର ବସ ଚଳାଚଳ କରିବ ।

ସେହିପରି ରେଳ ବିଭାଗ ପକ୍ଷରୁ ୩୭୦ ସ୍ଵତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ରେଗୁଲାର ଓ ସ୍ଵତନ୍ତ୍ର ଟ୍ରେନ୍ କୁ ମିଶାଇ ମୋଟ ୧୨୦୦ ଟ୍ରେନ୍ ଚଳାଚଳ କରିବ । ୨୫୦୦୦ ଯାତ୍ରୀଙ୍କ ପାଇଁ ରେଳଷ୍ଟେସନ ପାଖରେ ହୋଲ୍ଡିଂ ଏରିଆ କରାଯାଉଛି । ୩୫ ଟି ଅତିରିକ୍ତ ଟିକେଟ କାଉଣ୍ଟର ଓ ୧୨ଟି ଏଟିଭିଏମ୍ କାର୍ଯ୍ୟ କରିବ । ୮୦୦ ଆରପିଏଫଙ୍କ ସହ ୧୫୦୦ ଜିଆରପି ମୁତୟନ ହେବେ ।

Leave A Reply

Your email address will not be published.