Latest Odisha News

BREAKING NEWS

୨୦୨୪ ଫେବ୍ରୁଆରୀରେ ହେବ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ରେ ଭୁବନେଶ୍ବର ଠାରେ ୩ ଦିନ ବ୍ୟାପୀ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଐତିହ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ରାଜ୍ୟ ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର କହିଛନ୍ତି ଯେ, ଓଡ଼ିଆ ଭାଷାର ପ୍ରଚାର-ପ୍ରସାର ଓ ସଂରକ୍ଷଣ ଏବଂ ଯୁବବର୍ଗଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆକର୍ଷଣ ବୃଦ୍ଧି କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ । ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଆୟୋଜନ କରାଯିବ । ଏନେଇ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞମାନଙ୍କୁ ସମ୍ମିଳନୀରେ ନିମନ୍ତ୍ରଣ କରାଯିବ । ଏହି ସମ୍ମିଳନୀ ୩ ଦିନ ଧରି ଚାଲିବ ।

ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ, ବିଶ୍ବ ବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ । ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ । ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ ଦ୍ୱାରା ଦେଶ, ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ଏବଂ ଗବେଷଣା କାର୍ଯ୍ୟ ତ୍ୱରାନ୍ୱିତ ହେବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.