Latest Odisha News

BREAKING NEWS

ଶାରଦୀୟ ଦୁର୍ଗାପୂଜା ୨୦୨୩: ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠରେ ଆରମ୍ଭ ହୋଇଛି ଷୋଳପୂଜା

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଷୋଳପୂଜା । ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି । ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିଛନ୍ତି । ଅନ୍ୟପଟେ ଶାରଦୀୟ ପୂଜାପାଇଁ ଶ୍ରୀକ୍ଷେତ୍ରରେ ପୂଜାବିଧି ଆରମ୍ଭ ହୋଇଥିବା ବେଳେ ଶ୍ରୀମନ୍ଦିରରେ ବିଶେଷ କରି ଏହି ସମୟରେ ଦୁର୍ଗାମାଧବ ଉପାସନା ସହ ଗୁପ୍ତ ଗୁଣ୍ତିଚାର ବିଧି ମଧ୍ୟ ଆରମ୍ଭ କରାଯିବ।

BjdElectrycity

ଶାରଦୀୟ ଦୁର୍ଗାପୂଜା ପାଇଁ ଆଜିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପାରମ୍ପରିକ ପ୍ରସ୍ତୁତି। ପରମ୍ପରା ଅନୁଯାୟୀ ଆଜି ମୁଳାଷ୍ଟମୀ ଅବସରରେ ଷୋଳପୂଜାର ବିଧି ଆରମ୍ଭ ହୋଇଛି ଗଜପତିଙ୍କ ଶ୍ରୀନହରରୁ। ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠ ଗୁଡ଼ିକରେ ଏହି ଷୋଳପୂଜା ପାଇଁ ଆଚାର୍ଯ୍ୟ ବରଣ କାର୍ଯ୍ୟ କରାଯାଇଛି । ଗଜପତିଙ୍କ ନିର୍ଦ୍ଦେଶ କ୍ରମେ ରାଜଗୁରୁ ଆଜି ୨୧ ଜଣ ବ୍ରାହ୍ମଣଙ୍କୁ ଡ଼ାକି  ସେମାନଙ୍କୁ ବରଣ କରିବା ସହ ବିଭିନ୍ନଦେବୀ ପୀଠରେ ପୂଜା ପାଇଁ ବସ୍ତ୍ର ଦାନ କରିଛନ୍ତି । ଏହି ଆଚାର୍ଯ୍ୟ ମାନେ ଆଜିଠାରୁ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ତିପାଠ, ଦୁର୍ଗା ଆରାଧନା ପ୍ରଭୃତି କରିବେ ।

ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ୱରୀ ଭାବେ ମାଁ ବିମଳାଙ୍କ ପୀଠରେ ଷୋଡ଼ଶ ପୂଜାବିଧି ଆରମ୍ଭ ହୋଇଛି । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ଭୂବନେଶ୍ୱରୀ, ବଟମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଦକ୍ଷିଣ କାଳୀ, ଅଲାମଚଣ୍ତୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ ଷୋଳପୂଜା ଆରମ୍ଭ କରାଯାଇଛି। ମାଆଙ୍କର ଏହି ପାର୍ବଣ ପୂଜାକୁ ଜଗତର ମଙ୍ଗଳ ପାଈଁ କରାଯାଇଥାଏ ବୋଲି କହିଛନ୍ତି ଗଜପତିଙ୍କ ରାଜଗୁରୁ ।

Leave A Reply

Your email address will not be published.