Latest Odisha News

BREAKING NEWS

ଆସନ୍ତା ତିନି ଘଣ୍ଟା ପାଇଁ କଟକ, ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ପାଇଁ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ ଆଇଏମଡି। ଘଡ଼ଘଡ଼ି ସହ ବର୍ଷା ନେଇ ଟ୍ୱିନ୍‌ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ପ୍ରବଳ ବର୍ଷା କିମ୍ବା ଘଡଘଡି ସହ ବର୍ଷା ହେବା ସମ୍ଭବନା ରହିଛି। ଏହି ସବୁ ଅଞ୍ଚଳ ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡିକ ହେଲା, ଭଦ୍ରକ, ବାଲେଶ୍ୱର, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, କୋରାପୁଟ, ରାୟଗଡ଼ା, କନ୍ଧମାଳ। ସେହିପରି ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ସକ୍ରିୟ ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା। ପୁରୀରେ ସର୍ବାଧିକ ୬୬.୨ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୫୭.୬ ମି.ମି., ବାଲେଶ୍ୱରରେ ୪୨.୬ ମି.ମି., ଗୋପାଳପୁରରେ ୩୫.୮ ମି.ମି. ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.