Latest Odisha News

BREAKING NEWS

ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆହୁରି ୨ଦିନ ଯାଏଁ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । କୋରାପୁଟ ଓ ମାଲାକାନଗିରିରେ ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୪ ଦିନ ଭିତରେ ଏହା ରାଜ୍ୟର ଅନ୍ୟ ଜିଲ୍ଲାକୁ ଛୁଇଁପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣି ପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, ଯାଜପୁର, କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶା ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର ଜିଲ୍ଲାରେ ଗୁଳୁଗୁଳିର ପ୍ରଭାବ ଅନୁଭୂତ ହେବ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୧୭ରୁ ୧୮ ତାରିଖ ବେଳକୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଧୀରେ ଧୀରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ। ପରବର୍ତ୍ତୀ ସମୟରେ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ଆସନ୍ତା ୩-୪ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଣିପାଗ ଅନୁକୂଳ ରହିଛି।

ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ବର୍ଷା ହେଲେ ମଧ୍ୟ ଜୁନ୍ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ରହିବ । ଆଜି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି ।

Leave A Reply

Your email address will not be published.