Latest Odisha News

BREAKING NEWS

କାଳବୈଶାଖୀ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ, ୧୧ରୁ ବଢ଼ିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଉ ୨ ଦିନ କାଳବୈଶାଖୀ ବର୍ଷା ହେବ । ୧୧ ତାରିଖରୁ ପାଗ ଶୁଖିଲା ରହିବା ସହ ଖରା ବଢ଼ିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଦେଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

୧୦ ତାରିଖରେ କାଳବୈଶାଖୀ ନେଇ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ ।

Leave A Reply

Your email address will not be published.