Latest Odisha News

BREAKING NEWS

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ୨୬ରୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତାକାଲି ବେଳକୁ ସୃଷ୍ଟି ହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୬ରୁ ରାଜ୍ୟରେ ବଢିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ ବୋଲି ସୂଚନା ଦିଆଯାଇଛି । ସେଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

ଆଜିଠୁ ୨୮ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସୂଚନା ଥାଉକି, ସାରା ରାଜ୍ୟରେ ଜୁନ୍ ୧ରୁ ଏପର୍ଯ୍ୟନ୍ତ ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଫଳରେ ଚାଷକାର୍ଯ୍ୟ ବ୍ୟାହତ ହୋଇଛି । ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁ ପରିସ୍ଥିତି ସଙ୍ଗୀନ ରୂପ ଧାରଣ କରିଛି ।

Leave A Reply

Your email address will not be published.