Latest Odisha News

ଆଜିଠୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ସତର୍କ ସୂଚନା । ଅଗଷ୍ଟ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏଥି ସହ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମଧ୍ୟ ରାଜ୍ୟବ୍ୟାପୀ ମୌସୁମୀ ବର୍ଷା ହେବ । ଆସନ୍ତା ୨୮ତାରିଖର ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଉଣା ଅଧିକ ବର୍ଷା ଜାରି ରହିବ।

ତେବେ ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ବଦଳିବ ପାଗ । ବିଭିନ୍ନ ଜିଲ୍ଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି  ।  କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଂଜ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ହେବାର ସମ୍ଭାବନା ରହିଛି  । ଆସନ୍ତାକାଲି ରାଜ୍ୟରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବା ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  ।

ଅନ୍ୟପଟେ ଜୁନ୍ ପହିଲାରୁ ଅଗଷ୍ଟ ୨୪ ତାରିଖ ପର୍ଯ୍ୟନ୍ତ ୫୮୮.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ୨୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୭ ଜିଲ୍ଲାରେ କମ୍ ବର୍ଷା ହୋଇଛି ।

Leave A Reply

Your email address will not be published.