Latest Odisha News

୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ ।

ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି, ଆଗାମୀ ସପ୍ତାହ ସୁଦ୍ଧା ସମ୍ଭାବନ୍ୟ ବାତ୍ୟା ଓଡ଼ିଶା ବା ଆନ୍ଧ୍ରପ୍ରଦେଶକୁ ପ୍ରଭାବିତ କରିବ । ଏହି ଆକଳନ ପରେ ବଙ୍ଗୋପସାଗର ଓ ଆରବ ସାଗର ଉପକୂଳବର୍ତ୍ତୀ ଅଞ୍ଚଳରେ ସଚେତନ ରହିବାକୁ ପରାମର୍ଶ ଦିଆଯିବା ସହ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.