Latest Odisha News

BREAKING NEWS

ପାଣିପାଗ ବିଭାଗର ଚେତାବନୀ: ଏହି ଦୁଇ ଦିନ ପାଇଁ ଜାରି କଲା ୟେଲୋ ୱାର୍ଣିଂ

ଭୁବନେଶ୍ୱର: ଗାମୀ ୫ଦିନ ପାଇଁ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହେଲା ସତର୍କ ସୂଚନା । ରାଜ୍ୟର କେତେକାଂଶରେ ପାଗ ମେଘୁ ରହିବା ସହ ସ୍ଥାନେ ସ୍ଥାନେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ସ୍ପଷ୍ଟ କରିଛି ଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଉପକୂଳବର୍ତ୍ତୀ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ।

ଜୁଲାଇ ୨ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ମାନଙ୍କୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ସେହିପରି ଜୁଲାଇ ୩ ତାରିଖରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave A Reply

Your email address will not be published.