Latest Odisha News

BREAKING NEWS

ଆଜି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଏହି ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନର ୩୦-୪୦କି.ମି. ବେଗରେ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି ।

ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Comments are closed.