ଭୁବନେଶ୍ୱର: ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ହିଟୱେଭ୍ ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡିକୁ ଖରା ନେଇ ଆଲର୍ଟ ହୋଇଛି। କିଛି ସ୍ଥାନରେ ୪୨ ଡିଗ୍ରୀ ଟପିପାରେ ତାପମାତ୍ରା। ଆସନ୍ତାକାଲି ପାଇଁ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲଏପୁର ଓ ଝାରସୁଗୁଡାକୁ ଆଲର୍ଟ କରାଯାଇଛି। ସେହିପରି ୩୦ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରି ୪ଦିନର ତାତିରେ ଓଡ଼ିଶା ସିଝିବା ପରେ ବଦଳିବ ପାଗ। ଏପ୍ରିଲ ୨ ତାରିଖ ବେଳକୁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଗ ପରିବର୍ତ୍ତନକୁ ନେଇ ୨ କିମ୍ବା ୩ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Comments are closed.