Latest Odisha News

BREAKING NEWS

୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ; ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଗରମ ଭିତରେ କାଳବୈଶାଖୀ କାରଣରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୧୭ ତାରିଖ ଯାଏଁ ବର୍ଷିବ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିଛି । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁରକୁ ଆଲର୍ଟ ଜାରି ହୋଇଛି । ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ହୋଇପାରେ ।

ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୭ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବ । ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

 

Comments are closed.