ପାଣିପାଗ ବିଭାଗ ପୂର୍ବାନୁମାନ କରିଛି କି ଆଗାମୀ ୭ ଦିନ ଯାଏ ଓଡ଼ିଶାରେ ବର୍ଷା ଜାରି ରହିବ । ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶରେ ଏହାର ପ୍ରଭାବ ପଡ଼ିବ । ଆଜି ମଧ୍ୟ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି ।
କିଛିଦିନ ପୂର୍ବରୁ ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆଠାରେ ଘୂର୍ଣ୍ଣିଝଡ଼ ଦେଖିବାକୁ ମିଳିଥିଲା । ଏହି ଘୂର୍ଣ୍ଣିବଳୟର ତାଣ୍ଡବରେ ଅନେକ ଧନଜୀବନ ମଧ୍ୟ ନଷ୍ଟ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ସେସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
BREAKING NEWS
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ

Comments are closed.