Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ବିଜୁଳି ଓ ଘଡ଼ଘଡ଼ି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୪ ତାରିଖରେ ପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ନେଇ ୧୯ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.