Latest Odisha News

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

Comments are closed.