Latest Odisha News

BREAKING NEWS

ଏପ୍ରିଲ୍ ୧ ଯାଏ ବର୍ଷା, ଘଡ଼ଘଡ଼ି; ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଜି ପାଇଁ ପାଣିପାଗ ବିଭାଗ ଘଡ଼ଘଡ଼ି ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ୨୯ ତାରିଖରୁ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ । ଏଭଳି ପାଗ ଏପ୍ରିଲ୍ ୧ ତାରିଖ ଯାଏ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ବର୍ଷା ନେଇ ୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୩୦ ତାରିଖରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡ଼଼ା, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.