Latest Odisha News

୨୦ ତାରିଖ ଯାଏ ଘଡ଼ଘଡ଼ି ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଘଡ଼ଘଡ଼ି ବର୍ଷା ପ୍ରଭାବରେ କମିବ ତାତି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେପଟେ ଆଜି ଦିନ ସାଢ଼େ ୨ଟା ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା ଅନୁସାରେ ରାଜ୍ୟର ୩ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ସମ୍ବଲପୁରରେ ପାରଦ ସର୍ବାଧିକ ୪୨.୨ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡ଼ାରେ ୪୧.୬ ଡିଗ୍ରୀ ଓ ହୀରାକୁଦରେ ୪୦.୨ ଡିଗ୍ରୀ ରହିଛି ।

ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୭ ତାରିଖ ଲାଗି ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୮ ତାରିଖରେ ୧୧ ଜିଲ୍ଲା, ୧୯ ତାରିଖରେ ୧୫ ଜିଲ୍ଲା, ୨୦ ତାରିଖରେ ୨୩ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ତଥାପି ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.