Latest Odisha News

BREAKING NEWS

ଏହି ୧୦ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ମଙ୍ଗଳବାର ଦିନ ରାଜ୍ୟର ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ବିଭାଗ ପକ୍ଷରୁ ଏହି ୧୦ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ମଙ୍ଗଳବାର ଦିନ ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗୀର ଓ ସୋନପୁର ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୧୦ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ଦୁଇଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଏହା ପରେ ପୁନଃ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

Leave A Reply

Your email address will not be published.