Latest Odisha News

BREAKING NEWS

ମମିତା ହତ୍ୟାକାଣ୍ଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମମିତା ମେହେର ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ନୈତିକତା କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିକୁ ଏଭଳି କଟାକ୍ଷ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ପୀଡିତା ବାପା ମା ଙ୍କୁ ଆଣି ପ୍ରାୟୋଜିତ ମାମଲା କରାଯାଇଛି । ପିଡିତାଙ୍କ ବାପା ମାଆଙ୍କ ୧୬୪ ବୟାନ ରେକର୍ଡ କରାଯାଇନି । ଏଭଳି ସ୍ଥିତିରେ ସେମାନଙ୍କ ଉପରେ ଚାପ ପକାଇ କେସ୍ କରାଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଉପରେ କୌଣସି କାଯ୍ୟାନୁଷ୍ଠାନ ନିଆଗଲା ନାହିଁ । ପୋଲିସ ଅଧିକାରୀ ରାଜ୍ୟ ସରକାରଙ୍କ ଗୁଇନ୍ଦା ଗିରି କରୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି ।

Leave A Reply

Your email address will not be published.