କୋରାପୁଟ : କୋରାପୁଟ ସହର ବନଭାରତୀ କଲୋନୀରେ ଅଭାବନୀୟ ଘଟଣା । ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ମୃତକ ହେଲେ ସନ୍ୟାସୀ ପୂଜାରୀ । ସୂଚନା ଅନୁସାରେ, କୋରାପୁଟ ପରଜା ସାହିରେ ରହି ବସଷ୍ଟାଣ୍ଡରେ କୁଲି କାମ କରୁଥିଲେ ସନ୍ୟାସୀ । ଗତକାଲି ରାତିରେ ବନଭାରତୀ କଲୋନୀରେ ଥିବା ଶାଳୀ ଘରକୁ ଯାଇଥିଲେ ସନ୍ୟାସୀ । କିନ୍ତୁ ଆଜି ସକାଳେ ବନଭାରତୀ କଲୋନୀ ନିକଟରେ ସନ୍ୟାସୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଅତିରିକ୍ତ ଏସପିଙ୍କ ନେତୃତ୍ବରେ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଛି । ଶବ ଜବତ ପରେ ବ୍ୟବଚ୍ଛେଦ ପାଇଁ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଯାଇଛି । ଅଟକ ରଖାଯାଇଥିବା ୨ ଜଣଙ୍କ ମଧ୍ୟରୁ ଜଣଙ୍କ ମଟର ସାଇକେଲକୁ ବନଭାରତୀ କଲୋନୀରେ କେହି ନିଆଁ ଲଗାଇ ଦେଇଛି । ଘଟଣାର ତଦନ୍ତ ଚାଲିଛି ଓ ଏବଂ ଏହା ହତ୍ୟା ନା ଆଉ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କହିଛନ୍ତି ଅତିରିକ୍ତ ଏସପି ।
BREAKING NEWS
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
Comments are closed.