ଗଜପତି : ମହେନ୍ଦ୍ର ତନୟା ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ । ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବମିକା ନିକଟ ସାଇଲଡା ଗ୍ରାମରେ ନଦୀରେ ଭାସି ଯାଇ ଯୁବକ ଜଣକ ନିଖୋଜ ଅଛନ୍ତି । ନିଖୋଜ ଯୁବକ ଜଣକ ହେଲେ ସାଇଲଡା ଗ୍ରାମର ଜି. ବାବୁରାଓଙ୍କ ୩୦ ବର୍ଷୀୟ ପୁଅ ଜି. ରାମୁ । ସେ ସନ୍ଧ୍ୟାରେ ନଦୀ ପାର ହେଉଥିବା ସମୟରେ ନଦୀରେ ଭାସି ଯାଇଥିବା ସୂଚନା ମିଳିଛି । ଖବରପାଇ ଗୁରାଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପାରଳାଖେମୁଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ଖୋଜାଖୋଜି ଜାରି ରଖିଛନ୍ତି । କିନ୍ତୁ ଦୀର୍ଘ ସମୟ ପରେ ମଧ୍ୟ କୌଣସି ଖୋଜ ଖବର ମିଳୁନଥିବା ଜଣାପଡିଛି । ଗ୍ରାମବାସୀଙ୍କ କହିବା ଅନୁସାର, ନଦୀରେ ପହଁରି ପାର ହେବାକୁ ଚେଷ୍ଟା କରିଥିଲେ ଜି. ରାମୁ । କିନ୍ତୁ କୌଣସି କାରଣରୁ ନଦୀରେ ଭାସିଯାଇ ନିଖୋଜ ଥିବା ଜଣାପଡିଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.