Latest Odisha News

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯୁବକ

ଯାଜପୁର: କରୋନା ସଙ୍କଟ ସମୟରେ ଡାକ୍ତରମାନଙ୍କୁ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ମଧ୍ୟ ପ୍ରସ୍ତୁତ କରିଛନ୍ତି । ଏଭଳି ପରିସ୍ଥିତିରେ ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଛି ।

ମିଳିଥିବା ସୂଚନାନୁଯାୟୀ, ଡାକ୍ତର ଜ୍ୟୋତି ପ୍ରକାଶ ଚୌଧରୀ ରୋଗୀଙ୍କୁ ଚିକିତ୍ସା କରୁଥିବା ସମୟରେ ସ୍ଥାନୀୟ ଅଞ୍ଚଳର ସୁଧାଂଶୁ ଶତପଥି ନାମକ ଯୁବକ ତାଙ୍କୁ ଦୁର୍ବ୍ୟବହାର କରିଥିଲା । ଏ ନେଇ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରାଯିବା ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

ତେବେ ଏ ନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ ।

Leave A Reply

Your email address will not be published.