ପୁରୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ପୁରୀ ଚୁଡଙ୍ଗ ସାହି ଖୁଣ୍ଟିଆ ବଗିଚାର ରଞ୍ଜନ ଭୋଇଙ୍କୁ ମରଣାତ୍ମକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ରଞ୍ଜନ ଅପରାହ୍ନରେ ନିଜ ଘର ପାଖରେ ଠିଆ ହୋଇ ରାସ୍ତା ମରାମତି କାମ ଦେଖୁଥିବାବେଳେ ଦଶ ରୁ ବାର ଜଣ ଯୁବକ ମାରଣାସ୍ତ୍ର ଧରି ହଠାତ୍ ଆସି ପହଁଚି ତାଙ୍କୁ ଆକ୍ରମଣ କରିଛନ୍ତି । ରଞ୍ଜନ ଟାଉନ ଥାନା ପୋଲିସକୁ ଖବର ଦେବା ପରେ ପୋଲିସ ସଙ୍ଗେ ସଙ୍ଗେ ରଞ୍ଜନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତି କରିଛନ୍ତି । ରଞ୍ଜନଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଦୁର୍ବୃତ୍ତ ମାନେ କାହିଁକି ଏପରି କାଣ୍ଡ ଘଟାଇଲେ ପୋଲିସ ତଦନ୍ତ ଜାରି ରଖିଛି।
BREAKING NEWS
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
Comments are closed.