ଖୋର୍ଦ୍ଧା: ଟ୍ରେନ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ । ଖୋର୍ଦ୍ଧା ରାସ୍ତା ଅରାଗଡ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସୂଚନା ମୁତାବକ, ଆଜି ସକାଳୁ ଟ୍ରେନ୍ ଲାଇନ୍ ପାର୍ ହେବା ସମୟରେ କଟକ-ପୁରୀ ପାସେଞ୍ଜର ଟ୍ରେନ୍ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା । ଉକ୍ତ ବାଇକରେ ୩ ଜଣ ଥିଲେ । ତେବେ ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି ।
ସେମାନଙ୍କୁ ପୋଲିସ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ମୃତ ଯୁବକ ଓ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ । ବାଇକ ଚାଳକ ଜଣକ ଇୟର ଫୋନ୍ ବ୍ୟବହାର କରି ଗାଡି ଚଳାଉଥିଲେ । ଫଳରେ ସେ ଟ୍ରେନ୍ ଶବ୍ଦ ଶୁଣି ପାରି ନଥିଲେ । ଟ୍ରେନ୍ ବାଇକ୍କୁ ଧକ୍କା ଦେଇ ପ୍ରାୟ ୩୦ ପର୍ଯ୍ୟନ୍ତ ଟାଣି ନେଇ ଯାଇଥିଲା ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.