ବ୍ରହ୍ମପୁର:ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକ ପାଖରେ କେତେକ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ହେଲେ ପୁରୁଷୋତ୍ତମପୁର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ନାହାକ। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ବାଇକ୍ରେ କେଉଁଆଡ଼େ ଯାଉଥିଲେ। ଏହି ସମୟରେ ଦୁଇଟି ବାଇକ୍ରେ ୬ଜଣ ଦୁର୍ବୃତ୍ତ ପହଞ୍ଚି ଖଣ୍ଡାରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଅନ୍ୟପଟେ ଖବର ପାଇ ବ୍ରହ୍ମପୁର ସଦର ଏସ୍ଡିପିଓ ଶିବ ଶଙ୍କର ମହାପାତ୍ର, ସଦର ଥାନା ଅଧିକାରୀ ମହେନ୍ଦ୍ର କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଘଟଣାସ୍ଥଳରୁ ଏକ ଖଣ୍ଡା ମିଳିଛି। ତେବେ ପୂର୍ଣ୍ଣଚନ୍ଦ୍ରଙ୍କୁ କିଏ ଏବଂ କାହିଁକି ଆକ୍ରମଣ କରିଛନ୍ତି, ତାହାର ତଦନ୍ତ ଚାଲିଥିବା ପୋଲିସ ତରଫରୁ ସୂଚନା ମିଳିଛି।
BREAKING NEWS
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା

Comments are closed.