Latest Odisha News

ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ

ନୂଆଦିଲ୍ଲୀ: ବିଶିଷ୍ଟ ଭାରତୀୟ ବଂଶୋଦ୍ଭବ ତବଲା ବାଦକ ଉସ୍ତାଦ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି।  ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ୭୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।

ସ୍ୱାସ୍ଥ୍ୟାବସ୍ଥା ଖରାପ କାରଣରୁ ତାଙ୍କୁ ଆମେରିକାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ପରିବାରଓ ପ୍ରଶଂସକମାନେ ତାଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଥିଲେ।

ଜାକିର ହୁସେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଗତ ସପ୍ତାହରେ ଆଇସିୟୁରେ ଭର୍ତ୍ତି କରାଯାଇଥିବା ହୁସେନଙ୍କ ବନ୍ଧୁ ତଥା ବଂଶୀବାଦକ ରାକେଶ ଚୌରାସିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗତ ସପ୍ତାହରେ ହୃଦ୍ ଜନିତ ସମସ୍ୟା ପାଇଁ ତାଙ୍କୁ ସାନ୍ ଫ୍ରାନ୍ସିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସିତ ହେଉଥିବା ଅବସ୍ଥାରେ ସଏହି ମେଡିକାଲରେ ତାଙ୍କର ପରଲୋକ ହୋଇଛି।

ଉଲ୍ଲେଖଯୋଗ୍ୟ, ବିଶିଷ୍ଟ ତବଲା ବାଦକ ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ ତାରିଖରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ। ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ । ନିଜର ଅସାଧାରଣ ପ୍ରତିଭା ପାଇଁ ସେ ଅନେକ ଅନୁଷ୍ଠାନରୁ ପୁରସ୍କୃତ ହୋଇଛନ୍ତି। ସେ ଭାରତ ସରକାରଙ୍କ ସର୍ବୋଚହ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ତାଙ୍କୁ ଭାରତ ସରକାର ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ। ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ ଆଣ୍ଡୋମେଣ୍ଟ ଫର ଦି ଆର୍ଟସ ପକ୍ଷରୁ ନ୍ୟାସନାଲ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.