ମୁମ୍ବାଇ: ଆଗାମୀ ଜିମ୍ବାୱେ ଗସ୍ତରୁ ଓହରି ଯାଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି । ଏହି ଗସ୍ତ ପାଇଁ ଶିଖର ଧାୱନଙ୍କୁ ପୁନର୍ବାର ଅଧିନାୟକ ନିଯୁକ୍ତ କରାଯାଇଛି । ସେହିପରି ଆଇପିଏଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ରାହୁଲ ତ୍ରିପାଠୀଙ୍କୁ ଏହି ଗସ୍ତରେ ସୁଯୋଗ ମିଳିଛି । ରୋହିତ ଶର୍ମା ଓ ଯଶପ୍ରୀତ ବୁମରାହଙ୍କୁ ମଧ୍ୟ ଏହି ଗସ୍ତ ପାଇଁ ବିଶ୍ରାମ ଦିଆଯାଇଛି । ୧୮ ଅଗଷ୍ଟରୁ ୨୨ ପର୍ଯ୍ୟନ୍ତ ୩ଟି ଦିନିକିଆ ମ୍ୟାଚ ଖେଳାଯିବ । ଜିମ୍ବାୱେ ପାଇଁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ ରହିଛି । ଆସନ୍ତା ବର୍ଷ ଦିନିକିଆ ବିଶ୍ୱକପ କ୍ୱାଲିଫିକେଶନ ପାଇଁ ଏହି ମ୍ୟାଚର ଫଳାଫଳକୁ ଗଣତି କରାଯିବ । ଏସିଆ କପରେ କୋହଲି ଦଳକୁ ଫେରି ପାରନ୍ତି ବୋଲି ଆଶା ବ୍ୟକ୍ତ କରାଯାଇଛି । ସେ ଏବେ ପରିବାର ସହ ଛୁଟି କାଟୁଛନ୍ତି । ଟି୨୦ ବିଶ୍ୱକପ ପୂର୍ବରୁ କୋହଲିଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ ସାଜିଛି ।
ଭାରତୀୟ ଦଳ: ଶିଖର ଧାୱନ (ଅଧିନାୟକ), ରିତୁରାଜ ଗାଏକ୍ୱାଡ, ଶୁଭମନ ଗିଲ, ଦୀପକ ହୁଡ୍ଡା, ରାହୁଲ ତ୍ରିପାଠୀ, ଈଶାନ କିଶାନ, ସଞ୍ଜୁ ସାମସନ, ୱାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, କୁଲଦୀପ ଯାଦବ, ଅକ୍ଷର ପଟେଲ, ଆଭେଶ ଖାଁ, ପ୍ରସିଦ୍ଧ କୃଷ୍ଣା, ମହମ୍ମଦ ସିରାଜ ଓ ଦୀପକ ଚାହର ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.